ଆଜି ବସିବ ରଥଯାତ୍ରା ସମନ୍ୱୟ କମିଟି ବୈଠକ ; ପ୍ରସ୍ତୁତିର ଅନୁଧ୍ୟାନ କରିବେ ଆଇନମନ୍ତ୍ରୀ

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରାଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟାରେ ପୁରୀ ପୌରସଦନରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ ।

rathayatra

Photograph: (kanakNews)

କନକ ବ୍ୟୁରୋ : ଆଜି ଅନୁଷ୍ଠିତ ହେବ ଚଳିତବର୍ଷ ରଥଯାତ୍ରାର ଦ୍ୱିତୀୟ ସମନ୍ବୟ ବୈଠକ । ଆସନ୍ତା ଜୁନ୍ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରାଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଦିନ ୧୧ଟାରେ ପୁରୀ ପୌରସଦନରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ ।

ଏହା ପୂର୍ବରୁ ଆରଡିସିଙ୍କ ଅଧ୍ୟକ୍ଷତାରେ ହୋଇଥିବା ପ୍ରଥମ ରଥ ସମନ୍ୱୟ କମିଟି ବୈଠକରେ ଏନେଇ ସବୁ ଅଧିକାରୀଙ୍କୁ ଡେଡ୍‌ଲାଇନ ଦିଆଯାଇଥିଲା । ରଥନିର୍ମାଣଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଆଇନ ବ୍ୟବସ୍ଥା ଓ ରଥଯାତ୍ରାକୁ ନେଇ ସମସ୍ତ ବ୍ୟବସ୍ଥାବଳୀ ଉପରେ ବୈଠକରେ ଆଲୋଚନା ହେବ । ବୈଠକରେ ଜିଲ୍ଲାପାଳ, ଏସ୍‌ପି, ବିଧାୟକ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହିବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe