କନକ ବ୍ୟୁରୋ : ସରିଲା ରତ୍ନଭଣ୍ଡାର ମରାମତି । ଖୁବଶୀଘ୍ର ହେବ ଗଣତି ମଣତି । ଅଗଷ୍ଟ ମାସରେ ଗଣତି ମଣତି ହେବା ସମ୍ଭାବନା । ଉଚ୍ଚସ୍ତରୀୟ କମିଟି ବୈଠକରେ ହେବ ଚୁଡାନ୍ତ ନିଷ୍ପତି । ଦୁଇ ଜଣ ଏକ୍ସପର୍ଟ ଦେବାକୁ ଆରବିଆଇ କୁ ଚିଠି ଲେଖାଯିବ । ଯେଉଁ ମାନେ ସୋମନାଥ ମନ୍ଦିର ଓ ବିଭିନ୍ନ ବଡ ମନ୍ଦିରରେ ଅଳଙ୍କାର ଗଣତିରେ ସେମାନଙ୍କର ଅଭିଜ୍ଞତା ଥି ବ। ରତ୍ନ ଅଳଙ୍କାର ରଖିବା ପାଈଁ ନୂଆ ସିନ୍ଦୁକ୍ ପ୍ରସ୍ତୁତ କରାଯାଇଛି । ଅଭିଜ୍ଞ ବଣିଆ ଚିହ୍ନଟ କରାଯିବ। ରତ୍ନଭଣ୍ଡାର ମରାମତି ପରେ ଶତାଧିକ ବର୍ଷ ସ୍ଥାୟୀତ୍ବ ରହିବ । ରତ୍ନଭଣ୍ଡାର ମରାମତି ପରେ ଏଏସଆଇ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରି ସାରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
କେବଳ ସେତିକି ନୁହେଁ ମନ୍ତ୍ରୀ କହିଛନ୍ତି ଆଗାମୀ ଦିନରେ ସୁନାବେଶରେ ଲାଗିବ ନୂଆ ଅଳଙ୍କାର ! ରତ୍ନଭଣ୍ଡାରରେ କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବ ନାହିଁ । ସରକାର ଏ ନେଇ ବ୍ୟବସ୍ଥା କରିବେ । ଭକ୍ତ ମାନଙ୍କୁ ବି ସ୍ଵର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ । ଶ୍ରୀ ପୟରର କିଛି ଅଂଶ ଦବି ଯାଇଛି ବୋଲି ସେବାୟତ କହୁଛନ୍ତି. କିଛି ଅଳଙ୍କାର ପତଳା ହୋଇଗଲାଣି, କିଛି ଅଳଙ୍କାର ଦବି ଯାଇଛି ବୋଲି ସେବାୟତ ଜଣାଇଛନ୍ତି । ନିକଟରେ ଛତିଶା ନିଯୋଗ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଆଉ ଗୋଟେ ଅଳଙ୍କାର ସେଟ୍ ପାଇଁ ଅନୁରୋଧ କରାଯାଇଥିଲା। ଠାକୁରଙ୍କ ଇଚ୍ଛା ଥିଲେ ହୋଇ ପାରିବ । ବୋଲି ଆଇନମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।