କନକ ବ୍ୟୁରୋ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘରୁ ସହାୟକଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ ବଲାଙ୍ଗୀର ଜିଲ୍ଲା ବେଲପାହାଡ଼ ଅଞ୍ଚଳର ଶଙ୍କର୍ଷଣ ନାଗ । ତେବେ ତାଙ୍କର କିଭଳି ଓ କେଉଁ କାରଣରୁ ମୃତ୍ୟୁ ଘଟିଲା ତାହା ସନ୍ଦେହ ଘେରରେ ରହିଛି । ବିଦ୍ୟୁତ୍ ଆଘାତରେ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ଏବେ ବି ଅସ୍ପଷ୍ଟ ରହିଛି । ଏନେଇ କ୍ୟାପିଟାଲ୍ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ସୂଚନା ମୁତାବକ, ଶଙ୍କର୍ଷଣ କିଛିଦିନ ହେବ ଯୋଗାଣ ମନ୍ତ୍ରୀଙ୍କ ସହାୟକ ଭାବେ କାର୍ଯ୍ୟ କରୁଥିଲେ ।
ସେ ମନ୍ତ୍ରୀଙ୍କ ପରିବାର ସହ ରହି ଆସୁଥିଲେ । ଗୁରୁବାର ସକାଳୁ କାମ କରିବା ପାଇଁ ସେ ଏକ ପ୍ରକୋଷ୍ଠକୁ ଯାଇଥିଲେ । ଦିନ ପାଖାପାଖି ୯ଟା ସମୟରେ ଅନ୍ୟ କର୍ମଚାରୀ ସେହି ପ୍ରକୋଷ୍ଠକୁ ଯିବା ବେଳକୁ ଶଙ୍କର୍ଷଣ ସଜ୍ଞାହୀନ ଅବସ୍ଥାରେ ତଳେ ପଡ଼ିରହିଥିବା ଦେଖିବାକୁ ପାଇଥିଲେ । ତାଙ୍କୁ ଏଭଳି ଅବସ୍ଥାରେ ଦେଖି ତୁରନ୍ତ ଚିକିତ୍ସା ପାଇଁ କ୍ୟାପିଟାଲ୍ ହସ୍ପିଟାଲ୍ ନିଆଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ କ୍ୟାପିଟାଲ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
ଆହୁରି ପଢନ୍ତୁ ;ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ କଣ ହେଲା? ସୋସିଆଲ୍ ମିଡିଆରେ ହଇଚଇ
ପରେ ପୁଲିସ ମନ୍ତ୍ରୀଙ୍କ ବାସଭବନକୁ ଯାଇ ତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲା । କେମିତି ଓ କେତେବେଳେ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଲା? କେଉଁ କାରଣରୁ ସଜ୍ଞାହୀନ ହେଲେ? ସମସ୍ତ ଦିଗକୁ ନେଇ ପଚରାଉଚରା କରିବା ସହ ସେଠାରେ ଉପସ୍ଥିତ କିଛି କର୍ମଚାରୀଙ୍କ ବୟାନ ମଧ୍ୟ ରେକର୍ଡ କରିଛି । ପ୍ରାଥମିକ ତଦନ୍ତରୁ ବିଦ୍ୟୁତ୍ ଆଘାତରେ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ କହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/01/30/29-2026-01-30-10-25-24.jpg)