ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ ଆଲର୍ଟ : ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Advertisment

ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

RAIN

RAIN Photograph: (KanakNews)

କନକ ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସ‌ାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । ଏହା ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବ‌ିଶେଷ କରି ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷିଛି । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ବି ବଜ୍ରପାତ ସହ ପ୍ରବଳ ବର୍ଷିପାରେ । ଏଥିସହ ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe