ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

Advertisment

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର, ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ । ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ପହଞ୍ଚିବ ଅବପାତ ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର, ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ । ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ପହଞ୍ଚିବ ଅବପାତ ।

3 day rain

କନକ ବ୍ୟୁରୋ: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର, ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ । ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ପହଞ୍ଚିବ ଅବପାତ ।  ଲଘୁଚାପ ପ୍ରଭାବରେ ଅଗଷ୍ଟ ୩୧ ଯାଏଁ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ଦକ୍ଷିଣ ଓଡ଼ିଶାର ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ତିନି ଜିଲ୍ଲା ହେଲା ଗଜପତି,ମାଲକାନଗିରି, କୋରାପୁଟ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ ।

ଖାଲି ସେତିକି ନୁହେଁ, ଏହି ଅଞ୍ଚଳରେ ବର୍ଷା ସମୟରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବାର ଆଶଙ୍କା ରହିଛି।  ଏସଆରସିଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ସ୍ଥିତି ଉପରେ ନଜର ରଖିବାକୁ  ନିର୍ଦେଶ ଦିଆଯାଇଛି ।

ସେପଟେ ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଆସନ୍ତାକାଲି ପାଇଁ ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ତେବେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆଜିଠୁ ୧ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ଥିଲେ ତୁରନ୍ତ ସୁଦ୍ଧା ସମୁଦ୍ରରୁ ଫେରି ଆସିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି। ପ୍ରବଳ ବର୍ଷା ପ୍ରଭାବରେ  ଋଷିକୂଲ୍ୟା, ବଂଶଧାରା, ନାଗାବଳୀ ସହ ଲୋୟର ମହାନଦୀ ଅବବାହିକାରେ  ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨ରୁ ବର୍ଷା କମିବ, ପାଗରେ ପରିବର୍ତ୍ତନ ଆସିବ ବୋଲି କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe