ଆଜି ଦିନ ତମାମ ଘାଣ୍ଟିବ ଦାନା । ପ୍ରବଳ ବର୍ଷା ୯ଜିଲ୍ଲାକୁ ରେଡ୍ ଓ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ୧୨ ଜିଲ୍ଲାକୁ ପବନ ଭୟ

Advertisment

ବାତ୍ୟା 'ଦାନା' ପ୍ରଭାବରେ ଆଜି ଦିନ ତମାମ ଭିଜିବ ଅଧା ଓଡ଼ିଶା। ୯ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ବାତ୍ୟା 'ଦାନା' ପ୍ରଭାବରେ ଆଜି ଦିନ ତମାମ ଭିଜିବ ଅଧା ଓଡ଼ିଶା। ୯ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

9 JILLA WARING

କନକ ବ୍ୟୁରୋ: ବାତ୍ୟା 'ଦାନା' ପ୍ରଭାବରେ ଆଜି ଦିନ ତମାମ ଭିଜିବ ଅଧା ଓଡ଼ିଶା। ୯ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ବର ଓ ମୟୁରଭଞ୍ଜ ଜିଲ୍ଳାରେ ଅତିରୁ ଅତି ପ୍ରବଳ ବର୍ଷା ଅର୍ଥାତ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହୋଇପାରେ। ଏହି ସମୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ୨୪ ଘଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରାଜ୍ୟରେ ବର୍ଷାର ପ୍ରଭାବ ପଡ଼ିବ। ଯାଜପୁର, ଭଦ୍ରକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଅନୁଗୁଳର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଗଞ୍ଜାମ, କନ୍ଧମାଳ, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।  

  • ଆଜି ଭୀଷଣ ବର୍ଷା(ରେଡ୍ ୱାର୍ଣ୍ଣିଂ)- ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା
  • ଆଜି ଅତି ପ୍ରବଳ ବର୍ଷା(ଅରେଞ୍ଜ ୱାର୍ଣ୍ଣିଂ)-ନୟାଗଡ଼, ବୌଦ୍ଧ, ସୋନପୁର, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର
  • ଆଜି ପ୍ରବଳ ବର୍ଷା(ୟେଲୋ ୱାର୍ଣ୍ଣିଂ)-ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଗଞ୍ଜାମ, କନ୍ଧମାଳ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe