କନକ ବ୍ୟୁରୋ: ଆଗାମୀ ୪ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୫ ତାରିଖ ପାଇଁ କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର । ଏହିସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଢେଙ୍କାନାଳ, କୋରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ପୁରୀ , ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଓ ରାୟଗଡ଼ା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରାଯାଛି ।

ଜୁଲାଇ ୨୬ ତାରିଖ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୭ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି-: ସୁନ୍ଦରଗଡ଼ । ତେବେ ସୁନ୍ଦରଗଡ଼ର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି,  କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୯ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି ସୁନ୍ଦରଗଡ଼ ଓ କେନ୍ଦୁଝର ।  ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପଟେ ଆସନ୍ତା ୨୮ ତାରିଖ ଯାଏଁ ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଏବଂ ଏହାର ଆଖପାଖରେ ୩୫ରୁ ୪୫ କି.ମି ବେଗରେ ପବନ ବହିବା ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ସମୁଦ୍ର ପରିସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।