କନକ ବ୍ୟୁରୋ : ସୁଭଦ୍ରା ଯୋଜନା ପାଇଁ ଆଜିଠାରୁ ପଞ୍ଜିକରଣ ପ୍ରକ୍ରିୟା। ଏ ସମସ୍ତ ପ୍ରକ୍ରିୟା ମାଗଣାରେ ହେବ। ବହୁପ୍ରତୀକ୍ଷିତ ସୁଭଦ୍ରା ଯୋଜନା ପାଇଁ ସରକାର ମାର୍ଗଦର୍ଶିକା ଜାରି କରିସାରିଛନ୍ତି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ୟ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି । ଉଭୟ ଅଫଲାଇନ ଓ ଅନଲାଇନରେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିପାରିବେ ମହିଳା । ଗୋଟିଏ ପରିବାରର ଏକାଧିକ ମହିଳାମଧ୍ୟ ଏହି ଯୋଜନାରେ ଲାଭ ପାଇବେ। ଏ ନେଇ ଘୋଷଣା କରିସାରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ୫ ବର୍ଷରେ ୧୦ଟି କିସ୍ତିରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ଦେବେ ମୋହନ ସରକାର। ୨୧ରୁ ୬୦ ବର୍ଷର ମହିଳା ଏହି ଯୋଜନାର ଲାଭ ପାଇବେ। ଏହି ଯୋଜନା ଅଧୀନରେ ଓଡ଼ିଶାର ଏକ କୋଟିରୁ ଅଧିକ ମହିଳା ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରତିଭା ପରିଡ଼ା କହିଛନ୍ତି ।

ଏବେ ଆସନ୍ତୁ ଜାଣିବା  ଏଥିପାଇଁ କେଉଁଠି ମିଳିବ ଫର୍ମ ଓ କେଉଁଠି କରିବେ ଆବେଦନ

-ଆବେଦନ ଫର୍ମ ପୂରଣ ଓ ଦାଖଲ ସଂପୂର୍ଣ୍ଣ ଦେୟମୁକ୍ତ 
-ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟରେ ମିଳିବ
-ମୋ ସେବା କେନ୍ଦ୍ର,ସାଧାରଣ ସେବା କେନ୍ଦ୍ରରେ ଉପଲବ୍ଧ ହେବ ଫର୍ମ 
-ମୋ ସେବା ଓ ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ ହୋଇପାରିବ
- ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ କରିବେ ଆବେଦନକାରୀ 
-ଆବେଦନ ପାଇଁ ହିତାଧିକାରୀଙ୍କ ପାଖରେ ଆଧାର କାର୍ଡ/ନମ୍ବର ଥିବା ଆବଶ୍ୟକ 
-ଆଧାର କାର୍ଡ ସହିତ ଏକକ-ଧାରକ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ଜରୁରୀ 
-ବ୍ୟାଙ୍କ ଆକାଉଣ୍ଟଟି ଚାଲୁଥିବ ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ଆବଶ୍ୟକ 
 -ହିତାଧିକାରୀଙ୍କ ମୋବାଇଲ୍ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍ ଥିବା ଆବଶ୍ୟକ