କନକବ୍ୟୁରୋ : ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ପରେ ମହିଳା ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି । ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି । ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଭେନ୍ସା ବିଶ୍ଵବିଦ୍ୟାଳୟ ପକ୍ଷରୁ ନୂଆ ନିଷ୍ପତ୍ତି ନିଆଯାଇଛି । ଅପରାହ୍ନ ସାଢ଼େ ୫ଟା ପରେ କୌଣସି ମହିଳା କର୍ମଚାରୀ କିମ୍ବା ରିସର୍ଚ୍ଚର ଅଫିସରେ କାମ କରିବେ ନାହିଁ । ଅତି ଜରୁରୀ ସ୍ଥିତିରେ ବିଭାଗୀୟ ମୁଖ୍ୟଙ୍କ ଅନୁମତି ନେଇ କାମ କରିପାରିବେ । ଗତକାଲି ରେଭେନ୍ସା ଆଣ୍ଟି ରାଗିଂ କମିଟିର ବୈଠକରେ ଏଭଳି ନିଷ୍ପତି ହୋଇଛି । ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଆଣ୍ଟି ରାଗିଂ କମିଟି, ଆଣ୍ଟି ରାଗିଂ ସ୍କ୍ୱାର୍ଡ, ଆଣ୍ଟି ରାଗିଂ ସେଲ୍ ରହିବ ।
ନାରୀମାନଙ୍କ ସୁରକ୍ଷା ପାଇଁ ବଢିଲା କଟକଣା : ଅପରାହ୍ନ ସାଢ଼େ ୫ଟା ପରେ କାମ କରିବେନି କୌଣସି ମହିଳା କର୍ମଚାରୀ
ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ପରେ ମହିଳା ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି । ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି
/kanak/media/media_files/2025/07/18/revensha-2025-07-18-11-28-39.jpg)