କନକବ୍ୟୁରୋ : ବାତ୍ୟା କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ବାତ୍ୟା ପରେ ସମୀକ୍ଷା କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଖୁବ ଶୀଘ୍ର କ୍ଷୟକ୍ଷତିର ଆକଳନ ହେବ | ଆସନ୍ତାକାଲି ଠାରୁ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି| କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ | ୭୨ ଘଣ୍ଟା ରେ ଦେବେ ରିପୋର୍ଟ | ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲ୍ଲାରୁ କର୍ମଚାରୀଙ୍କୁ ଅଣାଯିବ | ବହୁ ଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥିନ ଦିଆଯାଇଛି | ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତିପୂରଣ ଦିଆଯିବ | ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ | ଅନଲାଇନରେ ତୁରନ୍ତ ଦିଆଯିବ କ୍ଷତିପୂରଣ |

Advertisment

୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ

ସୁରେଶ ପୂଜାରୀ ଆହୁରି କହିଛନ୍ତି, ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡ଼ିବ | ଆସନ୍ତାକାଲି କିଛି ଜାଗାରେ ବର୍ଷା ଅଛି  |  ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକରେ ସର୍ବାଧିବ ୧୫୦ ମିଲିମିଟର ବର୍ଷା ହୋଇଛି | ୫୬ଟା ବ୍ଲକରେ ୫୦ରୁ ୧୦୦ ମିଲିମିଟର ବର୍ଷା ହୋଇଛି  |  ୧୬୧ଟି ଟିମ ବାତ୍ୟା ମୁକାବିଲା ପାଇଁ ନିୟୋଜିତ ଥିଲେ | ୨୧୬୪ଟି ବାତ୍ୟା ଆଶ୍ରୟ ସ୍ଥଳୀରେ ୧୯ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା 

ପ୍ରତିବର୍ଷ ଓଡ଼ିଶାକୁ ଆସୁଛି ବାତ୍ୟା ; ରାଜ୍ୟର ବିକାଶରେ ସାଜୁଛି ବାଧକ

ଅଧିକ ପଢନ୍ତୁ ....... 

୨୧୮୯  ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା |  ନିରବଛିନ୍ନ ବିଦ୍ୟୁତ ସେବା ଆହ୍ୱାନ ଥିଲା ,  ନିରବଛିନ୍ନ ହୋଇଥିବା ବିଦ୍ୟୁତ ସେବା ସଂଯୋଗ ସରିଲାଣି | ଗଛ କାଟି ରାସ୍ତା ସଫା କରାଯାଇଛି | ୩୩ଟି ବ୍ଲକ ଓ ୧୧ଟି ସହରାଞ୍ଚଳ ପ୍ରଭାବିତ ହୋଇଛି  |   ୩୬୨ଟି ଜାଗାରେ ୧୮ ହଜାର ୭୬୨ ଜଣଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି | ଅକ୍ଟୋବର ୨୯ ଆଜିର ଦିନରେ ୧୯୯୯ ମସିହାରେ ମହାବାତ୍ୟା ଆସିଥିଲା  |  ଆଇଏମ୍‌ଡିର ପୂର୍ବ ଆକଳନ ସଂଯୋଗ ବଶତଃ ବାତ୍ୟା ମନ୍ଥା ୨୯ ତାରିଖରେ ହେବାର ଥିଲା | ସାମ୍ଭାବ୍ୟ ବାତ୍ୟାରୁ ଓଡ଼ିଶା ରକ୍ଷା ପାଇଛି | ବାତ୍ୟା ଦିଗ ପରିବର୍ତ୍ତନ କଲା ଓଡ଼ିଶାର ସୀମା ଛୁଇଁ ଝାଡ଼ଖଣ୍ଡ ଗଲା ।  

ସେପଟେ  ମୋନ୍ଥା’ ନେଇ ଅଧିକ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି। ସେ କହିଛନ୍ତି,୧୫ କିମି ପ୍ରତିଘଣ୍ଟାରେ ଗତି କରୁଛି ବାତ୍ୟା ‘ମୋନ୍ଥା’ ।  ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ଆହୁରି କହିଛନ୍ତି, ଭୀଷଣ ବାତ୍ୟାରୁ ବାତ୍ୟାର ରୂପ ନେଇଛି। ଉତ୍ତର ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଦୁର୍ବଳ ହୋଇ ଆଗକୁ ୩ଘଣ୍ଟା ମଧ୍ୟରେ ଗଭୀର ଅବପାତ ଓ ତାର ୬ ଘଣ୍ଟା ପରେ ଏହା ଅବପାତରେ ପରିଣତ ହେବ । ରାଜ୍ୟରେ ବିଶେଷ ପ୍ରଭାବ ନାହିଁ । 

ହସ୍ପିଟାଲ ନା ହୋଟେଲ : ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ରହୁଛନ୍ତି ନିର୍ବାଚନ ପାଇଁ ମୁତୟନ ୧୫୦ରୁ ଅଧିକ ସୁରକ୍ଷାକର୍ମୀ

ଅଧିକ ପଢନ୍ତୁ ....... 

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପବନର ଗତି ୪୫-୫୫ କିମି ପ୍ରତି ଘଣ୍ଟା ଓ ଝଟକା ପବନର ବେଗ ୬୫ କିଲୋମିଟର ପ୍ରତି ଘଣ୍ଟା ରହିବ। ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ୩୫-୪୫ କିମି ପ୍ରତି ଘଣ୍ଟା ପବନର ବେଗ ରହିବ ଓ ଝଟକା ପବନ ୫୫ କିମି ପ୍ରତିଘଣ୍ଟା ରହିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ସନ୍ଧ୍ୟା ୭ ରୁ ରାତି ୧ ପର୍ଯ୍ୟନ୍ତ ଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା ।