କନକ ବ୍ୟୁରୋ : ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଏମ୍ସ  ସ୍ଥାନାନ୍ତର କରାଯାଇଛି । ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୯ଟାରେ ଦିଲ୍ଲୀ ବାହାରିଲେ ସୁରେଶ ପୂଜାରୀ । ଗତ ବର୍ଷ ମଧ୍ୟ ଦିଲ୍ଲୀ ଏମ୍ସରେ ଚାଲିଥିଲା ଚିକିତ୍ସା । ମଙ୍ଗଳବାର ରାତିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହେବା ପରେ ତାଙ୍କୁ ଭୁବନେଶ୍ବର ଏମ୍ସରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।

Advertisment

ଅଧିକ ପଢନ୍ତୁ : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଏମ୍ସ ଆଇସିୟୁରେ ଭର୍ତ୍ତି...

ଗତକାଲି ସୁରେଶ ପୂଜାରୀ ଅସୁସ୍ଥ ହୋଇଥିଲେ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ  ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁଯାୟୀ, ଗତକାଲି ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ । ଏପଟେ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।