ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାରେ ବଡ଼ କେଳେଙ୍କାରୀ : ଓଟିଇଟି ପ୍ରଶ୍ନପତ୍ର ଲିକ୍ ପରେ ବାତିଲ ହେଲା ଆରଆଇ, ଅମିନ ପରୀକ୍ଷା

୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ । ଗତବର୍ଷ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ହୋଇଥିବା ପ୍ରିଲିମିନାରୀ ପରୀକ୍ଷାରେ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଥିଲା।

RI

RI Photograph: (KanakNews)

କନକ ବ୍ୟୁରୋ : ଓଟିଇଟି ପ୍ରଶ୍ନପତ୍ର ଲିକ୍ ପରେ ଆରଆଇ ଅମିନ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର । ୨୦୨୫ ଅଗଷ୍ଟ ୧ ତାରିଖ ଠାରୁ ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାର ମେନ୍ ପରୀକ୍ଷା ମଧ୍ୟ ବାତିଲ କରାଯାଇଛି । ୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ । ଗତବର୍ଷ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ହୋଇଥିବା ପ୍ରିଲିମିନାରୀ ପରୀକ୍ଷାରେ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଥିଲା। ତେବେ ପ୍ରିଲିମରେ ତ୍ରୁଟି ଅଭିଯୋଗ ପରେ ସମସ୍ତଙ୍କୁ ପାସ୍‌ କରାଯାଇଥିଲା । ମାତ୍ର ଏହା ପ୍ରକାଶିତ ବିଜ୍ଞପ୍ତି ନିୟମ ଉଲ୍ଲଙ୍ଘନ ହୋଇଥିବା ନେଇ ପିଟିସନ୍‌ ହୋଇଥିଲା। ଅର୍ଥାତ୍ ମୋଟ ପଦବୀ ସଂଖ୍ୟା ୨୮୯୫ ଥିବା ବେଳେ ଏକାଥରକେ ୨ଲକ୍ଷ ୯୩ହଜାର ପରୀକ୍ଷାର୍ଥୀଙ୍କୁ ପାସ କରାଯିବାକୁ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ କିଛି ପରୀକ୍ଷାର୍ଥୀ । ଯାହା ପରେ କମ୍ବାଇଣ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାକୁ ବାତିଲ କରିଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe