କନକ ବ୍ୟୁରୋ : ୩ ଦିନ ଧରି ଭୁବନେଶ୍ବରରେ ହେଉଥିବା ପୋଲିସ ଡିଜି ସମ୍ମିଳନୀ ଶେଷ ହୋଇଛି । ରାଜ୍ୟ ରାଜଧାନୀରୁ ଦେଶର ରାଜଧାନୀକୁ ଫେରି ଯାଇଛନ୍ତି ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ଏନଏସଏ । କିନ୍ତୁ ଦିଲ୍ଲୀ ଯିବା ପୂର୍ବରୁ ଦେଶର ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି । ସବୁ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳର ପୋଲିସ ଡିଜି ଓ ଜାତୀୟ ସୁରକ୍ଷା ସଂସ୍ଥାର ମୁଖ୍ୟଙ୍କ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ୩୬୦ ଡିଗ୍ରୀ ଆଲୋଚନା କରିଛନ୍ତି ମୋଦୀ, ଶାହା ଓ ଡୋଭାଲ । ଦେଶର ଆଭ୍ୟନ୍ତରୀଣ ଓ ବାହ୍ୟ ଶତ୍ରୁଙ୍କୁ ଶେଷ କରିବାକୁ ଗୁପ୍ତ ରଣନୀତି ମଧ୍ୟ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି । ଜାତୀୟ ସୁରକ୍ଷା ସର୍ବୋପରି ଏଭଳି ଗୁରୁମନ୍ତ୍ର ସହ ଶେଷ ହୋଇଛି ପୋଲିସ ଡିଜି ସମ୍ମିଳନୀ।

Advertisment

ଦେଶର ସୁରକ୍ଷାକୁ ନେଇ ୩ ଦିନ ଧରି ହୋଇଥିବା ମାରାଥନ ଆଲୋଚନାରୁ ବଡ ନିଷ୍କର୍ସ ବାହାରିଥିବା ସୂଚନା ମିଳିଛି। ତୃତୀୟ ଦିନରେ ୫ଟି ବିନ୍ଦୁ ଉପରେ ଅଧିକ ଗୁରୁତ୍ବ ଦିଆଯାଇଛି । 
ଆତଙ୍କବାଦକୁ ଦମନ ପାଇଁ ରୋଡମ୍ୟାପ
ଉଗ୍ରବାଦୀ ସଙ୍ଗଠନର ସମୂଳ ବିନାଶ
ଉପକୂଳ ସୁରକ୍ଷା ପାଇଁ ନକ୍ସା ପ୍ରସ୍ତୁତ
ନୂଆ ଆପରାଧିକ ଆଇନ ବ୍ୟବହାର
ନିଶା କାରବାରରେ ରୋକ
ରାଜ୍ୟ ଓ ରାଜ୍ୟ ମଧ୍ୟରେ ସମନ୍ବୟ ରଖି କିଭଳି ଏହି ଚ୍ୟାଲେଞ୍ଜକୁ ସାମ୍ନା କରାଯାଇପାରିବ ସେନେଇ ସମ୍ମିଳନୀରେ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ। 

ଓଡ଼ିଶାରେ ପୋଲିସ ଡିଜି ସମ୍ମିଳନୀ ଶେଷ ହୋଇଛି । ଜାତୀୟ ସୁରକ୍ଷାକୁ ନେଇ ଯେଉଁ ରଣନୀତି ଓଡ଼ିଶାରୁ ପ୍ରସ୍ତୁତ ହୋଇଛି ତାହା ଆଗକୁ ପୂରା ଦେଶ ଦେଖିବ ।