କଟକ ରେଲୱେ ଷ୍ଟେସନରେ ଖସିପଡ଼ିଲା ନବୀକରଣ ହେଉଥିବା ଛାତ : ପ୍ଲାଟଫର୍ମ ୧ ନଂରେ ଅଘଟଣ

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ ।   ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ  ।   ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି

3

Photograph: (kanaknews)

କନକବ୍ୟୁରୋ : କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ ।   ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ   ।    ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି । ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ ।    କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନା  ।  ଏଥିସହ ବର୍ତ୍ତମାନ ଏକ ନମ୍ବର ପ୍ଲାଟଫର୍ମ ରେ ଟ୍ରେନ ଚଳାଚଳ ବନ୍ଦ ରହିଛି  ।

ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ। ରେଳ ଲାଇନ ଉପରେ ଛାତ ପଡ଼ିଥିବାରୁ କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନା ମିଳିଛି। ଭଗ୍ନାଶଂ ତଳେ ଶ୍ରମିକ ରହିଛନ୍ତି କି ନାହିଁ ତାହାର ସନ୍ଧାନ ଚାଲିଛି ।  ତେବେ ରେଳବାଇ ପକ୍ଷରୁ କୁହାଯାଇଛି ଯେ, କାମ କରୁଥିବା ଶ୍ରମିକଙ୍କ ଉପସ୍ଥାନ ନିଆଯାଇଛି। ସମସ୍ତ ଶ୍ରମିକ ସୁରକ୍ଷିତ ରହିଛନ୍ତି ।  ସେହିପରି ସିସିଟିଭି କ୍ୟାମେରାରୁ କେହି ଭୁଶୁଡ଼ି ପଡ଼ିଥିବା ଛାତ ଆଡ଼କୁ କେହି ଯାଇ ନଥିବା ଜଣାପଡ଼ିଛି। ତେବେ ଏନେଇ ଅଧିକ ସନ୍ଧାନ ଜାରି ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe