‘ସୁଭଦ୍ରା’ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ଟଙ୍କା : ୧୭ରେ ମିଳିବ ପ୍ରଥମ କିସ୍ତି

ପରୀକ୍ଷାମୂଳକ ଭାବେ ଯୋଗ୍ୟ ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଗଲା ୧ଟଙ୍କା । ୧୭ତାରିଖରେ ଆସିବ ପ୍ରଥମ କିସ୍ତି । ଶେଷ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଯୋଜନା ନପହଞ୍ଚିବା ଯାଏଁ ଚାଲିବ ପଞ୍ଜୀକରଣ । ୧୭ ତାରିଖକୁ ନେଇ ଭୟଭୀତ ନହେବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।

4888

କନକ ବ୍ୟୁରୋ:  ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଯାଇଛି । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ  ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ ଏବଂ ୧୭ ତାରିଖକୁ ନେଇ ନିଶ୍ଚିତ ରହିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । 

ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଟଙ୍କା ଆକାଉଣ୍ଟକୁ ଯିବ । ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ । ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଥିବା ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଆଜିଠୁ ଭୁବନେଶ୍ୱରରୁ ଆରମ୍ଭ ହୋଇଛି ସୁଭଦ୍ରା ସ୍ବାଗତ ପଦଯାତ୍ରା । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂହଦେଓଙ୍କ ସମେତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାଶ ପ୍ରମୁଖ ସାମିଲ ହୋଇଛନ୍ତି । ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା ହୋଇଛି । ରମାଦେବୀ ବିଶ୍ୱବିଦ୍ୟାଳୟରେ  ପହଞ୍ଚିବା ପରେ ରମାଦେବୀଙ୍କ ପ୍ରତିମୂର୍ତିରେ ମାଲ୍ୟାପର୍ଣ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe