କନକ ବ୍ୟୁରୋ : ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା । ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ନିର୍ଦ୍ଧାରିତ ସମୟରେ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଡେଡଲାଇନ ସ୍ଥିର କଲା ସିବିଏସି । ପରୀକ୍ଷା ସକାଳ ସାଢେ ୧୦ଟାରେ ଆରମ୍ଭ ହେବ । ହେଲେ ୧୦ ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି ।
ଅଧିକ ପଢନ୍ତୁ : ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା , କଡ଼ା ସୁରକ୍ଷା ବଳୟରେ ପ୍ରଶ୍ନପତ୍ର ବିତରଣ
ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ନ ପହଞ୍ଚିିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ ବାରଣ ନେଇ ନିଷ୍ପତ୍ତି ନେଇଛି ସିବିଏସି । ସମୟରେ ପହଞ୍ଚିଲେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇ ପାରନ୍ତି ଛାତ୍ରଛାତ୍ରୀ । ଏନେଇ ସ୍କୁଲ, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପରାମର୍ଶବଳୀ ଜାରି କରିଛି ସିବିଆଇ । ପାଣିପାଗ, ଟ୍ରାଫିକ ଭିଡ଼ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସମିଟକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ଢେର ପୂର୍ବରୁ ଘରୁ ବାହାରିବାକୁ ସ୍କୁଲ ଅଧ୍ୟକ୍ଷମାନଙ୍କୁ ମାର୍ଗଦର୍ଶିକା ଜାରି କରିଛି ସିବିଏସି । ଏ ନେଇ ସ୍କୁଲ ପକ୍ଷରୁ ଅଭିଭାବକମାନଙ୍କୁ ଅବଗତ କରିବାକୁ ପରାମର୍ଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/16/cbsc-exam-2026-02-16-13-55-32.jpeg)