କନକ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । କାଲିଠୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ରହିବ । ଯେଉଁ ୧୪ଟି ଜିଲ୍ଲା ପାଇଁ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି , ସେଗୁଡ଼ିକ ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ଏହି ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏମିତିକି ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି । ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରିବାକୁ ଘୋଷଣା କରାଯାଇଛି ।