କନକ ବ୍ୟୁରୋ : ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ । କୋରାପୁଟ, ପୁରୀ, ରାୟଗଡା, ଖଲ୍ଲିକୋଟ ଆଦି ସ୍ଥାନରେ ବର୍ଷା ଲାଗି ରହିଛି । ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ୮୦ କିଲୋମିଟର ବେଗର ପବନ ବହିବ । ଆଜି ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।  ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂ୍ଆପଡ଼ା, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୨୯ ତାରିଖ ପାଇଁ କଳାହାଣ୍ଡି, ରାୟଗଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି କୁ ରେଡ ଆଲର୍ଟ ଜାରି କରିଛି ଆଇଏମହି । ଏଥିସହ ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା କୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । 

Advertisment

ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ମାଡ଼ିଆସୁଛି ବାତ୍ୟା ମୋନ୍ଥା : କେତେ ରହିବ ପବନର ବେଗ, ଜାଣନ୍ତୁ...

ସେହିପରି ୨୮ରେ ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ୮୦ କିଲୋମିଟର ବେଗରେ ପବନ ବହିବ । ୨୯ରେ ଗଞ୍ଜାମ,ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁରରେ ପବନ ବେଗ ଅଧିକ ରହିବ । 

ବାତ୍ୟା ମୋନ୍ଥା ଭୟ, ୭୦ ଜଣ ଗର୍ଭବତୀଙ୍କୁ ସୁରକ୍ଷିତ ସ୍ଥାନକୁ କରାଗଲା ସ୍ଥାନାନ୍ତର

ସେପଟେ ବାତ୍ୟା ପାଇଁ ୧୧ ଟି ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି । ଆଜି ଗଞ୍ଜାମ, ଗଜପତି, ରାୟଗଡା କୋରାପୁଟ, ମାଲକାନାଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି । ୮ ଜିଲ୍ଲାରେ ତିନି ଦିନ ପାଇଁ ସ୍କୁଲ, ଅଙ୍ଗନବାଡି ଛୁଟି ।