କନକ ବ୍ୟୁରୋ: ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତ୍ୟୁ। ଭୁବନେଶ୍ବର ସ୍ଥିତ ଘରେ ଥିବା ବେଳେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ମୃତଦେହ ଅଣାଯାଇଛି। ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଭୂମିକା ରହିଛି। ତେବେ କିପରି ତାଙ୍କର ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନାହିଁ।