କନକ ବ୍ୟୁରୋ; ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୋଟିଏ ଟ୍ରକ୍ ଦୁଇଟି ପୃଥକ୍ ସ୍ଥାନରେ ଦୁର୍ଘଟଣା ଘଟାଇବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି । ଆତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଆଜି ସକାଳେ ତିରିଂ ଥାନା ଅଞ୍ଚଳର ବଡଡାଳିମା ଛକରେ ୩ ଜଣ ପଥଚାରୀଙ୍କୁ ଟ୍ରକ୍ ଟି ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଥିଲେ। ପୁଣି ୫ କିମି ଯିବା ପରେ ବହଳଦା ଥାନା ଅନ୍ତର୍ଗତ ବାଗବେଡାରେ ଏକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋ ଡ୍ରାଇଭର ଏବଂ ଏକ ଦମ୍ପତିଙ୍କର ମୃତ୍ୟୁ ଘଟିଥିଲା।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2024/11/30/z5dh1FOiQ8q9YVjTSvxx.jpg)