କନକ ବ୍ୟୁରୋ: ରିକର୍ଭ କରିବ ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ୍ କରିବା ପରେ ସାମାନ୍ୟ ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ବାତ୍ୟା ଦାନା ଲ୍ୟାଣ୍ଡଫଲ କରିବା ପରେ ସାମାନ୍ୟ ରିକର୍ଭ କରିବ । ଏହା ପ୍ରଭାବରେ ବର୍ଷା ପରିମାଣ ବି ବୃଦ୍ଧି ପାଇବ ।
ସୂଚନା ଅନୁସାରେ, ଆଜି ରାତିରେ ସ୍ଥଳଭାଗ ଛୁଇଁବ ଦାନା । ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶା ଉପକୂଳ ମୁହାଁ ହୋଇଛି ବାତ୍ୟା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଦାନା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/10/24/Bk3VOf0cUg1nKLI3hu29.jpg)