କନକବ୍ୟୁରୋ : ବର୍ଷା ଋତୁ ଯୋଗୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏନେଇ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ପରବର୍ତ୍ତୀ ବିଜ୍ଞପ୍ତି ଯାଏଁ ଏହା ବଳବତ୍ତର ରହିବ । ତେବେ ପର୍ଯ୍ୟଟକମାନେ ଜାମୁଆଣି, ଗୁଡ଼ୁଗୁଡ଼ିଆ, କୁମାରୀ, ବରେହିପାଣି ଓ ରାମତୀର୍ଥ ଇକୋ ଟୁରିଜିମ୍ ପ୍ରକଳ୍ପ ବୁଲିପାରିବେ । ପ୍ରତିବର୍ଷ ବର୍ଷା ଋତୁରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳରେ ପ୍ରବେଶ ନିଷେଧ କରାଯାଇଥାଏ । କାରଣ ବର୍ଷାରେ ଅଭୟାରଣ୍ୟର ଆଭ୍ୟନ୍ତରୀଣ କଚ୍ଚା ରାସ୍ତାଗୁଡ଼ିକ ଧୋଇଯାଇ ବିପଦସଙ୍କୁଳ ହୋଇପଡ଼େ । ବର୍ଷା ପରେ ଆବଶ୍ୟକ ଭିତ୍ତିଭୂମି ମରାମତି କରାଯିବା ସହ ଶିମିଳିପାଳ ପୁଣି ଖୋଲିଥାଏ ।
ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ : ବନ୍ୟପ୍ରାଣୀ ସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି
ବର୍ଷା ଋତୁ ଯୋଗୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଜୁଲାଇ ୧ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏନେଇ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।
/kanak/media/media_files/2025/06/30/smililipal-2025-06-30-08-33-18.jpg)