ଆସିଲା ରତ୍ନ ଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ତୁରନ୍ତ ରତ୍ନଭଣ୍ଡାରର ହେବ ମରାମତି ।

ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ASI ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ASI ପକ୍ଷରୁ ଏହି କାର୍ଯ୍ୟ  ପାଇଁ ହାଇଦ୍ରାବାଦ ସ୍ଥିତ NGRI ସହାୟତାରେ କରାଯାଇଥିଲା ।

ଅଦ୍ୟତନ ହୋଇଛି
ପରିକ୍ରମା ପ୍ରକଳ୍ପ ଦେଖିବାକୁ ଜମୁଛି ଭିଡ଼ । ପ୍ରତିଦିନ ପୁରୀ ଆସୁଛନ୍ତି ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁ ।

କନକ ବ୍ୟୁରୋ: ଆସିଲା ରତ୍ନ ଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ଆସିଲା ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ସୂଚନା । ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ASI ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ASI ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ NGRI ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ୱ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ ରହିଥିବା ରିପୋର୍ଟରେ ଉଲ୍ଲେଖ ରହିଛି  । ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ  ASI କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe