ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି ; ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡିଶାରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି । ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନ ୪ ଟାରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି 

Singapore President

କନକ ବ୍ୟୁରୋ: ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଅପରାହ୍ନ ୪ଟାରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ବାକ୍ଷରିତ କରିବେ ଥର୍ମନ ଶନ୍ମୁଗରତ୍ନମ୍ । ଏହାସହିତ ୱାର୍ଲ୍ଡ ସ୍କିଲ ସେଣ୍ଟର ମଧ୍ୟ ବୁଲି ଦେଖିବେ ସିଙ୍ଗାପୁର ରାଷ୍ଟ୍ରପତି । 

ସେହିପରି ୧୮ ତାରିଖରେ ରଘୁରାଜପୁର ହେରିଟେଜ ଭିଲେଜ ବୁଲି ଦେଖିବା ତାହା ପରେ ଆଇଓସିଏଲ ଇଣ୍ଟରପେସନ ବୁଲି ଦେଖିବେ। ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ଅପରାହ୍ନରେ ଅନ୍ଧାରୁଆରେ ଥିବା ଭାରତ ବାୟୋଟେକର ଟିକା ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଅଧିକାରୀ ମାନଙ୍କ ସହ ଆଲୋଚନା କରିବେ। 
 
 ନିକଟ ଅତୀତରେ ନିବେଶକ ସମ୍ମିଳନୀରେ ଯୋଗ ଦେବାକୁ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହ ସିଙ୍ଗାପୁର ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ଓଡିଶା ଆସିବାକୁ ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ ଜଣାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe