କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା : ଅର୍ପିତାଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା

Advertisment

ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି

ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି

ARPITA Q

Photograph: (KANAKNEWS)

କନକବ୍ୟୁରୋ : ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି ।  ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ହାଇକୋର୍ଟ ଶୁଣାଣି କରି ରାଜ୍ୟ ସରକାରଙ୍କୁ କେସ୍‌ ଡାଏରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ହ୍ୟୁମାନଙ୍କ ମାଆ ତଥା ଏତଲାକାରୀ ସେଫାଳି ସୁନାଙ୍କୁ ପକ୍ଷଭୁକ୍ତ କରିବାକୁ ହାଇକୋର୍ଟ ଆବେଦନକାରୀଙ୍କୁ ଅନୁମତି ଦେଇଛନ୍ତି । ଏଥିସହ ମାମଲାର ପ୍ରତିପକ୍ଷ ନମ୍ବର-୨ ଶ୍ରୀମତୀ ସୁନାଙ୍କୁ ହାଇକୋର୍ଟ ନୋଟିସ୍‌ ଜାରି କରିଛନ୍ତି ।

ଦୁଇ ଦିନ ସାମାନ୍ୟ ଆଶ୍ବସ୍ତି ପରେ ଆଜିଠୁ ପୁଣି ବଢ଼ିଲା ଶୀତ : ବିଭିନ୍ନ ସ୍ଥାନରେ ଖସିଲା ରାତି ତାପମାତ୍ରା

ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ମର୍କତନଗର ଥାନାର ଏହି ମାମଲାରେ ଆବେଦନକାରୀଙ୍କୁ ହେପାଜତକୁ ନନେବାକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତକାରୀ ଏଜେନ୍ସିକୁ ତଦନ୍ତରେ ଆବେଦନକାରୀ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଫେବ୍ରୁଆରି ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ହ୍ୟୁମାନଙ୍କ ମାଆ ସେଫାଳି ସୁନାଙ୍କ ଅଭିଯୋଗକୁ ଆଧାର କରି ମର୍କତନଗର ଥାନାରେ ଡିସେମ୍ବର ୨୧‌ରେ ମାମଲା ହୋଇଥିଲା । ସୋମେଶ, ଅର୍ପିତାଙ୍କ ସମେତ ୯ ଜଣଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିଲା । ପରବର୍ତ୍ତୀ ସମୟରେ ସୋମେଶ ଓ ଅର୍ପିତାଙ୍କ ତରଫରୁ ଆଗୁଆ ଜାମିନ ଆବେଦନ କରାଯାଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe