କନକ ବ୍ୟୁରୋ : ଓଲିଉଡ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥାବସ୍ଥା ସଙ୍କଟାପନ୍ନ । ଭେଣ୍ଟିଲେଟରରେ ଅଛନ୍ତି ହ୍ୟୁମାନ୍ ସାଗର । ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ । ଗତକାଲି ଯେଉଁ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା, ଆଜି ସେମିତି ରହିଛି । ଡାକ୍ତରଙ୍କ କହିବା ଅନୁଯାୟୀ, ତାଙ୍କୁ ୭୨ ଘଣ୍ଟା ଯାଏ ଅବଜରଭେସନରେ ରଖାଯାଇଛି । ତାଙ୍କର ଲିଭର୍ ଖରାପ ଥିବାବେଳେ କିଡ୍ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
ଅଧିକ ପଢ଼ନ୍ତୁ--ବିଲରେ ଶୋଇଛି ବିରାଟ ବଉଳା କୁମ୍ଭୀର : ଛାନିଆରେ ପୂରା ଗାଁ
ଲିଭର୍ ଓ କିଡ୍ନି ସହିତ ହ୍ୟୁମାନ୍ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଛି । ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍ରେ ବହୁ ରୋମାଣ୍ଟିକ୍ ଗୀତ ଭେଟି ଦେଇଥିବା ହ୍ୟୁମାନ୍ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ତାଙ୍କ ମାଆ । ଅଧିକ ଚିକିତ୍ସା ଲାଗି ସେ ରାଜ୍ୟ ବାହାରକୁ ନେବା ପାଇଁ ଚିନ୍ତା କରୁଛନ୍ତି । ଏଥିପାଇଁ ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଛନ୍ତି । ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/11/15/human-sagar-2025-11-15-15-03-11.jpg)