ଅପରାହ୍ନ ସୁଦ୍ଧା ସରିବ ରାସ୍ତା ସଫା କାମ, ସନ୍ଧ୍ୟା ସୁଦ୍ଧା ସ୍ୱାଭାବିକ ହେବ ବିଦ୍ୟୁତ୍ ସେବା ; ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ସୂଚନା । ପ୍ରଶାସନ ତତ୍ପରତା ଯୋଗୁଁ ସଫଳ ହୋଇଛି ମୁକାବିଲା । ଅପରାହ୍ନ ସୁଦ୍ଧା ସରିବ ରାସ୍ତା ଅବରୋଧ ହଟିବା କାମ, ସନ୍ଧ୍ୟା ସୁଦ୍ଧା ହେବ ବିଦ୍ୟୁତ ସେବା ସ୍ୱାଭାବିକ ।

35swabhabik

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି । ଏନେଇ ସେ ଏକ ବୈଠକ କରିଛନ୍ତି । ଏଥିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ।

ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି , ଜିରୋ କାଜୁଆଲ୍ଟିରେ ସଫଳ ହୋଇଛୁ । ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି । କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ୱାଭାବିକ ହେବ । ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

ଶେଷ ହୋଇଛି ଭୀଷଣ ବାତ୍ୟା ଦାନାର ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା ଶେଷ ହେବା ପରେ ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏବେ ପବନର ବେଗ ୮୦ରୁ ୯୦ କିଲୋମିଟର ରହିଛି। ଆଗାମୀ ୬ ଘଣ୍ଟା ଭିତରେ ଏହା ଉତ୍ତର- ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଦୁର୍ବଳ ହୋଇ ଗଭୀର ଅବପାତର ରୂପ ନେବ। ଏହା ପ୍ରଭାବରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡାରେ ବର୍ଷା ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe