କନକ ବ୍ୟୁରୋ : ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ରତ୍ନ । ଏଥିପାଇଁ ସକାଳ ୧୦ଟାରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହା ପୂର୍ବରୁ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଅଳଙ୍କାର ସ୍ଥାନାନ୍ତର ପାଇଁ କ’ଣ ସଵୁ ବ୍ୟବସ୍ଥା ହେବ ସେନେଇ ବୈଠକରେ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଅଳଙ୍କାର ସ୍ଥାନାନ୍ତର ହେବ । ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ନିଆଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ,ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ । ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ । ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ । 

Advertisment