ସମ୍ପତ୍ତି ତାଲିକା ଦିଅ ନହେଲେ ପ୍ରମୋସନ ବନ୍ଦ ; ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ

କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ।ଶ୍ରୀମନ୍ଦିରର ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ୟ୍ୟାବଳୀ ଘୋଷଣା । ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ସମ୍ପତ୍ତି ତାଲିକା ଦାଖଲ କରିବା ବାଧ୍ୟତାମୂଳକ ।

ଶ୍ରୀମନ୍ଦିର

ଶ୍ରୀମନ୍ଦିର Photograph: (KanakNews)

କନକ ବ୍ୟୁରୋ: କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ ।  ଶ୍ରୀମନ୍ଦିରରେ କାର୍ୟ୍ୟ କରୁଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ପାଇଁ ୫ ସୂତ୍ରୀ କାର୍ୟ୍ୟାବଳୀର ଘୋଷଣା କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପ୍ରଶାସନର କାର୍ୟ୍ୟ ସମୀକ୍ଷା ପରେ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ୟ୍ୟ ସମୀକ୍ଷା କରାଯିବ । ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ । ଏହା ଦାଖଲ ନକଲେ କୌଣସି ଇନକ୍ରିମେଣ୍ଟ, ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ ।

କେବଳ ଏତିକି ନୁହେଁ ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ୟ୍ୟାଳୟ ଆସିବେ । ୟୁନିଫର୍ମ ପୋଷାକଧାରୀଙ୍କ ସକାଶେ ଏହା ଲାଗୁ ହେବ ନାହିଁ । ଶ୍ରୀମନ୍ଦିର ମଧ୍ୟରେ ଅଧିକାରୀ ତଥା କର୍ମଚାରୀଙ୍କ ମୋବାଇଲ୍ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି  କ୍ଷ ମନ୍ଦିର ପ୍ରଶାସନକୁ ଅଧିକ କ୍ରିୟାଶୀଳ କରିବାକୁ ପରାମର୍ଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe