କନକ ବ୍ୟୁରୋ: ପୁଣି ପୁରୀରେ ଅଘଟଣ। ପୁରୀ ଶରଧାବାଲିରେ ଠେଲାପେଲା । ଏଥିରେ 2 ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି । ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତ ଭକ୍ତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ୭୮ ବର୍ଷୀୟ ବ୍ୟକ୍ତି ରହିଛନ୍ତି । ତାଙ୍କୁ କିଡନୀ କ୍ରନିକ ରୋଗ ଥିଲା । ଅନ୍ୟ ମୃତକ ଜଣକ ୫୨ ବର୍ଷୀୟା ଜଣେ ମହିଳା । ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ପାଖରେ ଠେଲାପେଲା ଘଟିଛି । ପହଡ଼ ଖୋଲିବା ପରେ ଦର୍ଶନ ପାଇଁ ଭିଡ଼ ଲାଗିଥିଲା ।
ଭକ୍ତମାନେ ଗୋଟିଏ ରଥ ପାଖରୁ ଅନ୍ୟ ରଥପାଖକୁ ଯିବା ଆସିବା ଆରମ୍ଭ କରିଥିଲେ । ହେଲେ ଏହି ସମୟରେ ଚାରମାଳ କାଠ ଭର୍ତ୍ତି ଏକ ଟ୍ରକ୍ ଭିଡ଼ ଭିତରେ ପଶିଥିଲା, ଆଉ ଚାରମାଳ ରଖିଯାଇଥିଲା । ଏହାକୁ ସ୍ଥିତିକୁ ଅଧିକ ଅସମ୍ଭାଳ କରିଦେଇଥିଲା । ଠେଲାପେଲାରେ କିଛି ଭକ୍ତ ତଳେ ପଡ଼ିଯାଇଥିଲେ । ଆଉ ସେହି କାଠ ଉପରେ ପଡ଼ିଥିଲେ । ଆହତ ହୋଇଥିବା ଭକ୍ତ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ପରିଚାଳନା ନେଇ ପ୍ରଶ୍ନ ଉଠାଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/06/29/ratha-yatra-2025-06-29-07-33-58.jpg)