କନକ ବ୍ୟୁରୋ : ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ଲଘୁଚାପ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମେଘୁଆ ପାଗ ସହ ପବନ ପାଇଁ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ରାଜ୍ୟରେ ଦୁଇ ଦିନ ଲାଗିରହିବ ବର୍ଷା : ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
/kanak/media/media_files/2025/09/04/imd-rain-2025-09-04-08-41-33.jpg)