ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାରଙ୍କ ଘୋଷଣା । ରାଜ୍ୟରେ ଏପ୍ରିଲ ୨ ରୁ ହେବ ସକାଳୁଆ ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟ ସରକାର ଅଂଶୁଘାତର ମୁକାବିଲା କରିବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଦ୍ୟତନ ହୋଇଛି
KòZþòKZþ

}ZòþZòKþqòþ

କନକ ବ୍ୟୁରୋ :  ଅପ୍ରେଲ ୨ ତାରିଖରୁ ଆରମ୍ଭ ହେବ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସକାଳୁଆ ସ୍କୁଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟ ସରକାର ଅଂଶୁଘାତର ମୁକାବିଲା କରିବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି । ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ସକାଳୁଆ ସ୍କୁଲ ଆରମ୍ଭ ପାଇଁ ଏସଓପି ଆଣିବାକୁ କହିଥିଲେ ମୁଖମନ୍ତ୍ରୀ । ଆଜି ସକାଳ ୭ଟାରୁ ଦିନ ୯ଟା ଯାଏଁ ସାରା ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe