କନକବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲାପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର ।  ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ  ।  ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି 

Advertisment

ରାଜସ୍ୱ ମନ୍ତ୍ରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି ।  କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି  ।  ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରଖିଛୁ। ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ କମ ହେଲେ ବି ତାର ମୁକାବିଲା କରାଯିବ  । 

ଦୀପାବଳିରେ ଗ୍ୟାସ୍ ଚାମ୍ବର ପାଲଟିଲା ଦିଲ୍ଲୀ ଏନ୍‌ସିଆର୍‌, ଅଧିକାଂଶ ସ୍ଥାନରେ ୫୦୦ ଉପରେ ଏକ୍ୟୁଆଇ

ଓଡ଼ିଶା ଉପରେ ନାହିଁ ଲଘୁଚାପର ପ୍ରଭାବ: ମନୋରମା ମହାନ୍ତି

ଏଣେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,  ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଦିଗ କରି ଆସନ୍ତାକାଲି ଅବପାତରେ ପରିଣତ ହେବ  ।  ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତି କରିବ । ପରବର୍ତ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ପୁଣି ଚର୍ଚ୍ଚାରେ ଚୌଦ୍ବାର ଜେଲ, ଦୁଇ କଏଦୀଙ୍କ ମଧ୍ୟରେ ମାଡ଼ପିଟ୍

ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡଘଡି ଓ ଝଟକା ପବନ ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ,କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । 

ରାଜ୍ୟର ପିଛା ଛାଡୁନି ଲଘୁଚାପ, ଆଜି ଠାରୁ ସପ୍ତାହେ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଆସନ୍ତାକାଲି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି ,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।