କନକବ୍ୟୁରୋ : ବାତ୍ୟା ‘ଦାନା’ ପାଇଁ ଆଲର୍ଟ ମୋଡ଼ରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ  । ଏସଆରସିଙ୍କ କାର୍ଯ୍ୟାଳୟରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ବାତ୍ୟା କେଉଁ ବାଟେ ଦେଇ ଯିବ, ବାତ୍ୟାର ଗତିପଥ ଉପରେ କଣ୍ଟ୍ରୋଲ ରୁମ୍ ତୀକ୍ଷଣ ନଜର ରଖିଛି ।

Advertisment

ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର କାର୍ଯ୍ୟ ଉପରେ ନଜର ରଖିଛି ଏସଆରସିଙ୍କ କାର୍ଯ୍ୟାଳୟରେ ଖୋଲିଥିବା କଣ୍ଟ୍ରୋଲ ରୁମ । ସେପଟେ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ । 

କେଉଁ ଜିଲ୍ଲାକୁ କେତେ ଏନଡ଼ିଆରଏଫ ଏବଂ ଓଡ୍ରାଫ ଟିମ ଯିବେ, ସେନେଇ ଚାଲିଛି ଯୋଜନା । ଉପକୂଳ ଓଡ଼ିଶା ଯଥା ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତିରେ ଅଧିକ ଏନଡ଼ିଆରଏଫ, ଓଡ୍ରାଫ  ଓ ଅଗ୍ନିଶମ ଟିମ୍ ମୁତୟନ ହେବେ । ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବେ ଏନଡ଼ିଆରଫ, ଓଡ୍ରାଫ ଓ ଅଗ୍ନିଶମ ଟିମ ।

ଜିଲ୍ଲାପାଳ ମାନେ ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବା ପରେ ଆବଶ୍ୟକତା ଅନୁଯାୟୀ ସରକାର ସହାୟତା ଯୋଗାଇ ଦେବେ । ମଧ୍ୟାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ।