କନକ ବ୍ୟୁରୋ: ରାଜ୍ୟର ୧୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଳାହାଣ୍ଡି, ଭଦ୍ରକ, ରାୟଗଡ଼ା, ବାଲେଶ୍ବର, ମୟୂରଭଞ୍ଜ, ନୂଆପଡ଼ା, କନ୍ଧମାଳ, କଟକ, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଭୁବନେଶ୍ବର ସହର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ମାଲକାନଗିରି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ସେହିପରି ଆସନ୍ତା କାଲି ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ।  ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୬ ତାରିଖରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଥିବା ବେଳେ ଜୁଲାଇ ୨୭ ତାରିଖରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏପଟେ ଜୁଲାଇ ୨୭ରୁ ୩୦ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।