କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ଏପରିକି ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର  । ଏହି ୫ ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ବିପଦ ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

Advertisment

ସେହିପରି ଜୁଲାଇ ୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।