କନକ ବ୍ୟୁରୋ: ଟ୍ବିନ୍ସିଟିରେ ପ୍ରବଳ ବର୍ଷିବ । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡଘଡି ସହ ଆଗାମୀ ଘଣ୍ଟାଏ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଇଁ ରେଡ୍ ଆଲର୍ଟ ଓ କଟକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
ସେହିପରି ସେପ୍ଟେମ୍ବର ୨୩ ତାରିଖ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୪ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି:- ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୫ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୬ ତାରିଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ କେନ୍ଦୁଝର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୭ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।