କନକ ବ୍ୟୁରୋ : ଶ୍ରୀକ୍ଷେତ୍ର ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର । ଏବେ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତ ନିବାସଗୁଡ଼ିକରେ ରହିବା ପୂର୍ବ ଅପେକ୍ଷା ମହଙ୍ଗା ହୋଇଛି । ପ୍ରଶାସନ ପକ୍ଷରୁ ଭକ୍ତ ନିବାସରେ ଗାଡ଼ି ପାର୍କିଂ ଶୁଳ୍କରେ ବଡ଼ ଧରଣର ବୃଦ୍ଧି କରାଯାଇଛି । ନୂତନ ନିୟମ ଅନୁଯାୟୀ, ଜାନୁଆରୀ ୭ ତାରିଖରୁ ପୁରୀର ସମସ୍ତ ଚାରୋଟି ଭକ୍ତ ନିବାସରେ ପ୍ରଥମ ଥର ପାଇଁ ଏହି ପାର୍କିଂ ଫି ଲାଗୁ ହୋଇଛି ।
ଯେଉଁ ଶ୍ରଦ୍ଧାଳୁମାନେ ଭକ୍ତ ନିବାସରେ ରହିବେ, ସେମାନଙ୍କୁ ନିଜର ଚାରିଚକିଆ ଯାନ ପାଇଁ ୨୪ ଘଣ୍ଟାକୁ ୫୦୦ ଟଙ୍କା ପାର୍କିଂ ଶୁଳ୍କ ଦେବାକୁ ପଡ଼ିବ । ଏହି ୫୦୦ ଟଙ୍କା ମଧ୍ୟରେ ୧୮ ପ୍ରତିଶତ GST ଅନ୍ତର୍ଭୁକ୍ତ କରାଯାଇଛି । ପୁରୀରେ ଥିବା ନୀଳାଚଳ ଭକ୍ତ ନିବାସ, ନୀଳାଦ୍ରି ଭକ୍ତ ନିବାସ ସମେତ ଅନ୍ୟ ସମସ୍ତ ସରକାରୀ ଭକ୍ତ ନିବାସରେ ରହୁଥିବା ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ଏହି ନିୟମ ପରିସରଭୁକ୍ତ ହେବେ । ତେବେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି ।
ଅଧିକ ପଢ଼ନ୍ତୁ--ଜିଦରେ ଅଟଳ ଡାକ୍ତରୀ ସଂଘ: ଆଜି ବି ୨ ଘଣ୍ଟିଆ ଓପିଡି ବନ୍ଦ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2026/01/08/bhakta-niwas-parking-fee-2026-01-08-11-42-56.jpg)