କନକବ୍ୟୁରୋ: ବର୍ଷା ଆସୁଛି ସତର୍କ ରୁହ। ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ସୂଚନା ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଗୋଟେ ପଟେ ଅକ୍ଟୋବରରେ ବାତ୍ୟାକୁ ନେଇ ଭୟ ବଢୁଥିବା ବେଳେ ୨୨ ତାରିଖରେ ହେବାକୁ ଥିବା ଲଘୁଚାପ ଉପରେ ନଜର ରହିଛି। ଯେକୌଣସି ପରିସ୍ଥିତି ଆସିଲେ ସଜାଗ ରହିବାକୁ ଏସଆରସି, ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଯାହା ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ହେବ । ୨୩ ତାରିଖରୁ ରାଜ୍ୟରେ ବର୍ଷା ହେବ । ବିଶେଷ କରି ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ଏପର୍ଯ୍ୟନ୍ତ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ଆସିନଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2024/10/19/nrTVCMm39memx4TmaUYj.jpg)