କନକ  ବ୍ୟୁରୋ: ରାଜ୍ୟରେ ଆସନ୍ତା କିଛିଦିନ ମଧ୍ୟରେ ପର୍ବପର୍ବାଣୀର ମାହୋଲ ଆରମ୍ଭ ହେବାକୁ ଯାଉଛି । ଦୋଳ ପୂର୍ଣିମା, ହୋଲି, ଇଦ-ଉଲ-ଫିତର, ଶ୍ରୀ ରାମ ନବମୀ, ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ଇତ୍ୟାଦି । ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କ  ନିରାପତ୍ତା ତଥା ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

Advertisment

ଏହି ବୈଠକରେ ସମସ୍ତ  ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ, ଶାନ୍ତିପୂର୍ଣ  ପରିବେଶରେ ପାଳନ କରାଯିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ଓ ଉତ୍ତେଜନାମୂଳକ ପ୍ରଚାର ପ୍ରସାରକୁ ରୋକିବା ଉପରେ ସ୍ବତନ୍ତ୍ର ନଜର ଦେବାକୁ ଡିଜିଙ୍କ ନିର୍ଦ୍ଦେଶ ରହିଛି ।

ଆହୁରି ପଢ଼ନ୍ତୁ:ରାଜ୍ୟସଭା ନିର୍ବାଚନକୁ ନେଇ ଅଙ୍କକଷା ଆରମ୍ଭ, ଆଜି ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି

ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ କରିବାକୁ କୁହାଯାଇଛି। ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲ୍ଲା ଏସପିଙ୍କୁ ଡିଜିପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।