ସୁଭଦ୍ରା ହିତାଧିକାରୀଙ୍କୁ ଆଜି ମିଳିବ ଟଙ୍କା,  ଯୋଜନାରେ ସାମିଲ ନୂଆ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି

Advertisment

ମୋଟ ସାଢେ ୪ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ୩୧୫ କୋଟିରୁ ଅଧିକ ଟଙ୍କା । ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

ମୋଟ ସାଢେ ୪ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ୩୧୫ କୋଟିରୁ ଅଧିକ ଟଙ୍କା । ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

Subhadra beneficiaries

Subhadra beneficiaries Photograph: (google)

କନକ ବ୍ୟୁରୋ:   ଆଜି ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ମିଳିବ ଟଙ୍କା । ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ମିଳିବ ପ୍ରଥମ କିସ୍ତି । ସେହିପରି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ:  ଟଙ୍କା ପଠାଇ ନିର୍ବାଚନ ଜିତିବା ପାଲଟିଛି ବଡ଼ ସଫଳତା; ୧୫ ରାଜ୍ୟରେ ‘ସୁଭଦ୍ରା’ ଭଳି ଯୋଜନା

ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ । ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ପରେ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ସୂଚନା ଦେଇଥିଲେ । 
 r

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe