କନକ ବ୍ୟୁରୋ : ଆସନ୍ତା ୯ ତାରିଖରେ ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ବାରିପଦାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇବେ ଟଙ୍କା । ଏଥର ୪୦ଲକ୍ଷରୁ ଅଧିକ ମହିଳା ଉପକୃତ ହେବେ । ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।
ପ୍ରଥମ ପର୍ଯ୍ୟାୟ ପରି ଟଙ୍କା ମିଳିବା ପୂର୍ବରୁ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ୧ ଟଙ୍କା । ଏପର୍ଯ୍ୟନ୍ତ ପାଖାପାଖି ୧ କୋଟି ଲୋକ ଆବେଦନ କରିସାରିଲେଣି । ସୁଭଦ୍ରା ଯୋଜନାରେ ପ୍ରଥମ ପର୍ୟ୍ୟାୟରେ ୨୫ଲକ୍ଷ ୧୧ ହଜାର ମହିଳା ଟଙ୍କା ପାଇଥିଲେ । ବଳକା ଆବେଦନକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ମିଳିବ ଟଙ୍କା । ୪୦ ଲକ୍ଷ ହିତାଧିକାରୀଙ୍କ ମଧ୍ୟରେ ନାଁ ନଥିଲେ ବି ବ୍ୟସ୍ତ ନହେବାକୁ ଆହ୍ବାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/abWIu8B2mKGBxxEqj6TR.jpg)