Subhadra Photograph: (Kanaknews)
କନକ ବ୍ୟୁରୋ: ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା। ବିଶ୍ବ ମହିଳା ଦିବସ ଅବସରରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ଟଙ୍କା। ମୋଟ ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ଜଣ ଆବେଦନ କରିଥିବା ବେଳେ ଏକ କୋଟି ୨ଲକ୍ଷ ୧୨ହଜାର ୬୬୫ଜଣ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଅଧିକ ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ। ପୁରୀର ତାଳବଣିଆ ଠାରେ ଆୟୋଜନ ହେବ ବିଶାଳ କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ମିଳିବ ସୁଭଦ୍ରା ଟଙ୍କା ।
ଅଧିକ ପଢନ୍ତୁ; ଆସନ୍ତା କାଲି ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ୧ କୋଟି ୨୧ ଲକ୍ଷ ମହିଳାଙ୍କ ଖାତାକୁ ଯିବ ୫ ହଜାର କୋଟିରୁ ଅଧିକ
୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ପାଇବେ ସୁଭଦ୍ରା ଟଙ୍କା । ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗ ରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା। ଏପ୍ରିଲ ମାସରେ ଯାହାକୁ ୨୧ ହେବ ସେମାନେ ଆବେଦନ କରିବେ। ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି ।
Follow Us