କନକବ୍ୟୁରୋ: ଉନ୍ମୋଚିତ ହେଲା"ସୁଭଦ୍ରା" ଯୋଜନାର ୱେବ ପୋର୍ଟାଲ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି ୱେବ ପୋର୍ଟାଲ ଶୁଭାରମ୍ଭ କରାଯାଇଛି ଡବ୍ଲୁଡବ୍ଲୁଡବ୍ଲୁ ଡଟ୍ ସୁଭଦ୍ରା ଡଟ୍ ଓଡ଼ିଶା ଡଟ୍ ଜିଓଭି ଡଟ୍ ଇନ ପୋର୍ଟାଲର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ପୋର୍ଟାଲ୍ ଛଡା ଆଉ କୌଣସି ଫେକ୍ ୱେବସାଇଟ ଦ୍ବାରା ଭ୍ରମିତ ନହେବାକୁ ସେ ପରାମର୍ଶ ଦେଇଛନ୍ତି ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି ଏହା ଦ୍ବାରା ଆବେଦନକାରୀ ମାନେ ସହଜରେ ସୁଭଦ୍ରା ଯୋଜନା ବିଷୟରେ ଜାଣିପାରିବେ

Advertisment

ଏହାର ଉପାଦାନ ଉଭୟ ଓଡିଆ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ଵ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ରହିଛି ସୁଭଦ୍ରା ସମ୍ବନ୍ଧୀୟ ଯେକୌଣସି ପ୍ରଶ୍ନର ଉତର ଏହି ୱେବ ପୋର୍ଟାଲରେ ପାଇପାରିବେ ହିତାଧିକାରୀ ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ମିଳିପାରିବ ଆଉ କିଛି ଅଧିକ ଜାଣିବାକୁ ହେଲେ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରି ବୁଝିପାରିବେ ହିତାଧିକାରୀ

ଏହି ଟୋଲ-ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ କାର୍ଯ୍ୟଳୟରେ ସେପ୍ଟେମ୍ବର ତାରିଖ ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ କରାଯିବ ଏହି ଫର୍ମ ଦାଖଲ ସମ୍ପୂର୍ଣ ମାଗଣା ହେବ ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଆରମ୍ଭ କରାଯିବ ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ