କନକ ବ୍ୟୁରୋ: ପୁଣି ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।
୨୨ରେ ପୁଣି ମିଳିବ ସୁଭଦ୍ରା ଟଙ୍କା
୧ ଲକ୍ଷ ୭୦ ହଜାରଙ୍କ ମଧ୍ୟରୁ ଯିଏ ଯୋଗ୍ୟ ସିଏ ପାଇବେ
ମାର୍ଚ୍ଚରେ ମିଳିଥିଲା
ଏପ୍ରିଲରେ ବି ମିଳିବ ସୁଭଦ୍ରା ଟଙ୍କା
ମାର୍ଚ୍ଚରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି । ସୂଚନା ଅନୁସାରେ,ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ । ଏପ୍ରିଲ ୨୨ ଓ ୨୩ ତାରିଖରେ ନୂତନ ଆବେଦନକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ପାଇବେ ବୋଲି ପ୍ରଭାତୀ ସ୍ପଷ୍ଟ କରିଛନ୍ତି । ଏହାସହ ଏଇ ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି ।
ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ
ସର୍ଭେ ପରେ ଟଙ୍କା ମିଳିବ
ରାଜ୍ୟର ପ୍ରତି ଯୋଗ୍ୟ ହିତାଧିକାରଙ୍କୁ କେମିତି ଟଙ୍କା ମିଳିବ ସେନେଇ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି । ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତିର ଟଙ୍କା ଦିଆଯିବ । ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଯାଇଥିବ ସେମାନଙ୍କ ପାଇଁ ପୁଣି ସୁଭଦ୍ରା ପୋର୍ଟାଲ ଓପନ୍ ହେବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ହେଲେ ଏବେ ଜିଲ୍ଲାୱାରୀ ସବୁ ଆବେଦନର ସର୍ଭେ କରାଯିବ । ଆସନ୍ତା ୨୨ ଏବଂ ୨୩ ତାରିଖରେ ଏହି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ ବୋଲି ପ୍ରଭାତୀ ସ୍ପଷ୍ଟ କରିଛନ୍ତି ।