କନକ ବ୍ୟୁରୋ : ଜାନୁଆରୀ ଶେଷ ସୁଦ୍ଧା ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସେହିପରି ମାର୍ଚ୍ଚ ମାସରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ତେବେ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ହେଉଛି କି ନାହିଁ ତାହା ଜାଣିବା ପାଇଁ ମନ୍ତ୍ରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି । ୭୫ ପ୍ରତିଶତ ମହିଳା ସୁଭଦ୍ରା ଟଙ୍କା ଦ୍ୱାରା ଛୋଟ ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2024/12/25/ygfNXzAz3PPOKkMbW7oA.jpg)