ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା; ମାର୍ଚ୍ଚ ମାସରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା

ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ତେବେ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ହେଉଛି କି ନାହିଁ ତାହା ଜାଣିବା ପାଇଁ ମନ୍ତ୍ରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି ।

Subhadra Scheme 1

କନକ ବ୍ୟୁରୋ : ଜାନୁଆରୀ ଶେଷ ସୁଦ୍ଧା ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଭାବେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ସେହିପରି ମାର୍ଚ୍ଚ ମାସରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରାଯିବ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ତେବେ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ହେଉଛି କି ନାହିଁ ତାହା ଜାଣିବା ପାଇଁ ମନ୍ତ୍ରୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି । ୭୫ ପ୍ରତିଶତ ମହିଳା ସୁଭଦ୍ରା ଟଙ୍କା ଦ୍ୱାରା ଛୋଟ ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe