ଅଗଷ୍ଟ ୯ ତାରିଖରେ ମିଳିବ ସୁଭଦ୍ରା ଯୋଜନା ଟଙ୍କାର ତୃତୀୟ କିସ୍ତି । ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଯୋଡ଼ିବାକୁ ହେବ ସର୍ଭେ

ଏହାସହ ଯୋଜନାର ଲାଭ ପାଇଁ ଆବେଦନ କରି ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଆବେଦନ ଉପରେ ପୁଣି ସର୍ଭେ କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରିବେ ସରକାର ।

20

କନକ ବ୍ୟୁରୋ : ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ଖୁସି ଖବର । ଯୋଜନାର ତୃତୀୟ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଅଗଷ୍ଟ ୯ ତାରିଖରେ ଦିଆଯିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏହାସହ ଯୋଜନାର ଲାଭ ପାଇଁ ଆବେଦନ କରି ବାଦ ପଡ଼ିଥିବା ୨ ଲକ୍ଷ ମହିଳାଙ୍କ ଆବେଦନ ଉପରେ ପୁଣି ସର୍ଭେ କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରିବେ ସରକାର ।

ସୂଚନା ଥାଉ କି ରାଜ୍ୟର ବିଜେପି ସରକାର ମହିଳାମାନଙ୍କ ଆର୍ଥିକ ବିକାଶ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି । ଏହି ଯୋଜନା ଅଧିନରେ ଏବେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ପ୍ରତି ୬ ମାସରେ ୫ ହଜାର ଟଙ୍କା ପାଉଛନ୍ତି । ଯାହା ରାଜ୍ୟର ମହିଳା ମାନଙ୍କ ବିକାଶରେ ସହାୟକ ହେଉଥିବା ସରକାର କହୁଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe