କନକ ବ୍ୟୁରୋ : ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କାଟେ । ସୁନ୍ଦରଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କାଟେ ପଠାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ସେଠାରେ ଉପସ୍ଥିତ ରହିଛନ୍ତି ।

Advertisment

ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇବେ । ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି । ସେମାନେ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବେ ବୋଲି ଗତକାଲି କହିଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।