କନକ ବ୍ୟୁରୋ: ନାମାଙ୍କନ ଭରିଲେ ବି ସୁଦର୍ଶନ ରେଡ୍ଡୀ । ଇଣ୍ଡି ମେଣ୍ଟ ଉପରାଷ୍ଟ୍ରପତି ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ । ମଲ୍ଲିକାର୍ଜୁନ ଖଡଗେ, ସୋନିଆ ଗାନ୍ଧୀ ଉପସ୍ଥିତ । ରାହୁଲ ଗାନ୍ଧୀ, ଶରଦ ପାୱାର, ରାମଗୋପାଳ ଯାଦବ ମଧ୍ୟ ଉପସ୍ଥିତ ଅଛନ୍ତି ।
ଇଣ୍ଡିମେଣ୍ଟ ପକ୍ଷରୁ ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରାଯାଇଛି । ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ଗତକାଲି ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।